Sunday, October 4, 2026
28.6 C
Odisha

    ଯୁକ୍ତ ୩ ପାଇଁ ଗାଇଡଲାଇନ; ପ୍ରଥମ ପର୍ଯ୍ୟାୟ ନାମ ଲେଖା ପରେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସୁଯୋଗ ମିଳିବ

    ଆଗକୁ ପଢନ୍ତୁ

    ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ।

    ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହି ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ।

    ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ। ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରିଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଉଲ୍ଲେଖ ରହିଥିଲା। ମାତ୍ର ଏହି ନିୟମରେ ଏବେ ପରିବର୍ତ୍ତନ କରାଯାଇଛି।

    ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଏହି ନିୟମରେ ସଂଶୋଧନ କରାଯାଇଛି। ଫଳରେ ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରି ସାରିଛନ୍ତି, ସେମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଯୋଗ ଗତକାଲିଠୁ ଦିଆଯାଇଛି। ଏଥିପାଇଁ ସରକାରଙ୍କ ୱେବସାଇଟ୍‌ ଖୋଲି ଦିଆଯାଇଛି। ଏହା ପିଲାଙ୍କ ଭବିଷ୍ୟତ ନିର୍ଦ୍ଧାରଣରେ ସହାୟକ ହେବ ବୋଲି ବିଚାର କରି ଏପରି ପଦକ୍ଷେପ ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ