Saturday, October 10, 2026
22.4 C
Odisha

    ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

    ଆଜି ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ,ସେପ୍ଟେମ୍ବର ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ହିଁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସେହିଦିନ ଓଡ଼ିଶା ଆସି ଏହି ଯୋଜନାର ଶୁଭାରମ୍ଭ ହେବ। ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ। ଏହାସହିତ ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଆସନ୍ତା ଖରିଫ ଋତୁରୁ ଧାନର ଏମଏସପି ୩୧୦୦ଟଙ୍କା କ୍ୱିଣ୍ଟାଲ ପିଛା ଦେବ ବୋଲି ଶ୍ରୀ ମାଝୀ କହିଛନ୍ତି।

    କେନ୍ଦ୍ର ସରକାର ଏବେ ଧାନର କ୍ୱିଣ୍ଟାଲ ଏମଏସପି ୨୩୦୦ଟଙ୍କା ଦେବେ ଓ ବାକି ୮୦୦ଟଙ୍କା ରାଜ୍ୟ ସରକାର ଉଭୟ ଖରିଫ ଓ ଋବି ଋତୁରେ ଚାଷୀଙ୍କୁ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ନିଜର ୧୦୦ଦିନର କାର୍ଯ୍ୟକ୍ରମରେ ସୁଭ୍ରଦା ଯୋଜନା ଓ ଚାଷୀଙ୍କୁ ୩୧୦୦ଟଙ୍କାର ଏମଏସପି ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ