Monday, September 28, 2026
23.1 C
Odisha

    ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

    ଆଗକୁ ପଢନ୍ତୁ

    ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ।

    ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

    ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

    ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ।
    ୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

    ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଆବେଦନ ପରେ ଅଯୋଗ୍ୟ ହିତାଧିକାରୀ ଯାଞ୍ଚ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

    ସୂଚନାଯୋଗ୍ୟ, ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.1 ° C
    23.1 °
    23.1 °
    91 %
    0.9kmh
    9 %
    Mon
    29 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ