Friday, September 20, 2024
23.6 C
Odisha

    ସୁନାବେଶ ପାଇଁ ହେଲା ନୀତି ନିର୍ଘଣ୍ଟ

    ଆଗକୁ ପଢନ୍ତୁ

    ପୁରୀ: ସୁନାବେଶ ପାଇଁ ହେଲା ନୀତି ନିର୍ଘଣ୍ଟ । ସକାଳ ୬ଟାରୁ ଆରମ୍ଭ ହେବ ମଙ୍ଗଳ ଆଳତୀ ନୀତି । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି । ଆଉ ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶ ଦର୍ଶନ । ତେବେ ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନ୍ଦର ସୁନାବେଶ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ । ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ହୋଇଛି। ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି ।

    ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ । ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି । ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ । ଅଧିକ ଭିଡ଼ ହେଲେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ମଧ୍ୟ ବ୍ୟବହାର କରାଯିବ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.6 ° C
    23.6 °
    23.6 °
    93 %
    1kmh
    100 %
    Fri
    31 °
    Sat
    31 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ