Wednesday, August 27, 2025
28.1 C
Odisha

    ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

    ଆଗକୁ ପଢନ୍ତୁ

    ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ସୋମବାର ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି । ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ। ମା’ ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର)। ସାଙ୍ଗକୁ ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଆଦି ଆଭୂଷଣ ପରିଧାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    79 %
    1.1kmh
    100 %
    Wed
    27 °
    Thu
    30 °
    Fri
    29 °
    Sat
    27 °
    Sun
    29 °

    ସମ୍ବନ୍ଧିତ