Tuesday, October 6, 2026
30.4 C
Odisha

    କାଲି ମହାପ୍ରଭୁଙ୍କ ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ଭାଇ ଭଉଣୀ

    ଆଗକୁ ପଢନ୍ତୁ

    ପୁରୀ: ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତ ମାନଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ। ଆସନ୍ତାକାଲି ହରିଶୟନ ଏକାଦଶୀ ତିଥି ଥିବାରୁ ରଥ ଉପରେ ମହାପ୍ରଭୁ ଶ୍ରୀ ବଳଭଦ୍ର, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କୁ ସୁନାବେଶ କରାଯିବ। ହୀରାନୀଳା ଖଚିତ ବିଭିନ୍ନ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହେବେ ମହାପ୍ରଭୁ।ସନ୍ଧ୍ୟା ଆଳତି ପରେ ପ୍ରଭୁଙ୍କ ଶ୍ରୀଅଙ୍ଗରେ ଚନ୍ଦନ ଲାଗି କରାଯିବ। ଏହାପରେ ଦାରୁବ୍ରହ୍ମଙ୍କୁ ସୁନାବେଶ କରାଯିବ। ଅପରାହ୍ଣ ୫ଟାରେ ସୁନାବେଶ ଆରମ୍ଭ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି। ତେବେ ଦିନ ୨ଟା ସୁଦ୍ଧା ଠାକୁରଙ୍କୁ ସୁନାବେଶ କରାଇବା ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଚାଲିଛି। ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଆବଶ୍ୟକିୟ ବ୍ୟବସ୍ଥା କରାଯାଇଛି। ସିଂହଦ୍ବାରଠାରୁ ମାର୍କେଟ୍‌ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ବ୍ୟାରିକେଡ୍‌ କରାଯାଇଛି। ଅଧିକ ଭିଡ଼ ହେଲେ ଶ୍ରୀମାର୍ଗ ଦେଇ ଯିବେ ଶ୍ରଦ୍ଧାଳୁ। ପାଖାପାଖି ୧୯୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    57 %
    1.3kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ