Monday, March 30, 2026
27.4 C
Odisha

    ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଦେଖି ଭକ୍ତ ହେଉଛନ୍ତି ଭାବବିହ୍ବଳ

    ଆଗକୁ ପଢନ୍ତୁ

    ପୁରୀ: ସିଂହଦ୍ବାର ସମ୍ମୁଖରେ ଶ୍ରୀଜିଉମାନେ ଭକ୍ତମାନଙ୍କୁ ସୁନାବେଶରେ ଥାଇ ଦର୍ଶନ ଦେଉଛନ୍ତି। ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ। ମା’ ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର)। ସାଙ୍ଗକୁ ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଆଦି ଆଭୂଷଣ। ଧରାପୃଷ୍ଠରେ ଆଜି ଏଭଳି ମାନବୀୟ ଲୀଳା ଖେଳିଛନ୍ତି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର। ପାଦରୁ ମସ୍ତକ ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦେଇଛନ୍ତି ଦର୍ଶନ।
    ମହାବାହୁଙ୍କୁ ମନଭରି ଦେଖିବାପାଇଁ ଆତୁର ଭକ୍ତ ବି ଏହି ଅପୂର୍ବ ରୂପ ଦର୍ଶନ କରି ଅଭିଭୂତ ହୋଇଛନ୍ତି। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ସୁନାବେଶର ଦର୍ଶନ ପାଇ କୃତାର୍ଥ ମଣିଛନ୍ତି। ସକାଳୁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିଛି। ସନ୍ଧ୍ୟା ହୋଇଯାଇଥିବାରୁ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି।

    ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଶ୍ରୀମନ୍ଦିର ସିଂହଦ୍ୱାରକୁ ବାହୁଡ଼ିବା ପରେ ଆଜି ଅପରୂପ ଓ ଅନନ୍ୟ ସୁନାବେଶରେ ଦର୍ଶନ ଦେଇଛନ୍ତି ମହାବାହୁ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବୁଧବାର ସିଂହଦ୍ୱାରରେ ଦଣ୍ଡାୟମାନ ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନ‌ାବେଶ ଅନୁଷ୍ଠିତ ହୋଇଛି। ଏଥିପାଇଁ ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି। ଭକ୍ତଙ୍କ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଡାକରେ ଆଜି ବି ଖଣ୍ଡମଣ୍ଡଳ ପ୍ରକମ୍ପିତ ହୋଇଛି। ବର୍ଷକ ପରେ ଭାବ ବିନୋଦିଆ କାଳିଆ ସାଆନ୍ତଙ୍କୁ ସୁନାବେଶରେ ଦେଖି ଭକ୍ତ ବି ଭାବବିହ୍ବଳ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ