Friday, October 2, 2026
29.9 C
Odisha

    ସୁରମା ପାଢ଼ୀଙ୍କ ରାଜନୈତିକ ଯାତ୍ରା

    ଆଗକୁ ପଢନ୍ତୁ

    ବିଧାନସଭାର ବାଚସ୍ପତି ପଦ ପାଇଁ ବିଜେପିର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ତାଙ୍କୁ ଆଜି ବିଜେପି ବିଧାୟକ ଦଳର ବୈଠକରେ ବାଚସ୍ପତି ପଦ ଲାଗି ମନୋନୀତ କରାଯାଇଛି। ଏହାପରେ ସୁରମା ପାଢୀ ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କର ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ କେତେକ ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ,  ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ସେ ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ ।  ୨୦୦୦ ମସିହାରେ ଏହି ପଦରେ ରହିଥିଲେ । ପରେ ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୪ ମସିହାରେ ଓଡ଼ିଶା ନିର୍ବାଚନରେ ସୁରମା ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ନିର୍ବାଚିତ ହୋଇଥିଲେ।  ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ। ସୁରମା ନବୀନ ପଟ୍ଟନାୟକଙ୍କର ୨ୟ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ