Friday, September 20, 2024
24.1 C
Odisha

    ରତ୍ନଭଣ୍ଡାରର ହେବ ଟେକ୍ନିକାଲ ସ୍କାନିଂ!

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଶେଷ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପ୍ରକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି । ଟେକ୍ନିକାଲ ସ୍କାନିଙ୍ଗ ଉପରେ ରାଜ୍ୟ ସରକାଙ୍କ ଦୃଷ୍ଟି ଆକର୍ଷଣ କରାଯିବ । ସେହିପରି ଶ୍ରୀମନ୍ଦିର ଜମିକୁ ଦଲାଲମୁକ୍ତ କରାଯିବ ବୋଲି ମଧ୍ୟ ଆଲୋଚନା ହୋଇଛି । ଯେକୌଣସି ବ୍ୟକ୍ତି ଶ୍ରୀମନ୍ଦିର ଜମି ଉପରେ ଯଦି ଲୋଲୁପ ଦୃଷ୍ଟି ପକାନ୍ତି ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
    ଏହାସହ ଭୂ- ସମ୍ପତ୍ତି ପରିଚାଳନା ଅଧିନିୟମ ପାଇଁ ଆଲୋଚନା ହୋଇଛି । ଏନେଇ ସରକାରଙ୍କ ଅନୁମୋଦନ ପରେ କାର୍ୟ୍ୟକାରି କରାଯିବ । ଅଭଡ଼ା ଯୋଜନାରେ ଆସିଥିବା ୩୫ଟି ଏସି ମିନି ଇ-ବସ ଓଏସଆରଟିସିଙ୍କୁ ହସ୍ତାନ୍ତର କରାଯିବା ନେଇ ବେଠକରେ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯାଇ ଏସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଅର୍ପଣ ଚାଉଳ ନେଇ ସମ୍ପୃକ୍ତ ନିଯୋଗଙ୍କ ସହ ଆଲୋଚନା କରାଯାଇ ଏ ସମ୍ପର୍କରେ ସରକାରଙ୍କୁ ଉପଯୁକ୍ତ ପ୍ରସ୍ତାବ ଦିଆଯିବ ବୋଲି ବୈଠକରେ ଆଲୋଚନା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ