Friday, October 2, 2026
23.8 C
Odisha

    ଓଡ଼ିଶାର ସେବା କରିବାକୁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଉଛି: ନଡ୍ଡା

    ଆଗକୁ ପଢନ୍ତୁ

    ପୁରୀ: ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ। ରାଜ୍ୟକୁ ବିକାଶ ପଥରେ ନେବାର କୌଣସି ସୁଯୋଗ ଛାଡ଼ିବ ନାହିଁ। ଲୋକସଭା ସିଟ୍‌ ଡବଲ କରିବାକୁ କହିଥିଲି। ଆପଣମାନେ ୨୦ ସିଟ୍‌ ଦେଇଛନ୍ତି। ସେହିପରି ବିଧାନସଭାରେ ୪୦.୭ ପ୍ରତିଶତ ଭୋଟ୍‌ ସହ ସରକାର ଗଠନ କରିବାର ସୁଯୋଗ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି)ର ପୁରୀ କାର୍ଯ୍ୟକାରିଣୀରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହା କହିଛନ୍ତି। ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟିକୁ ଓଡ଼ିଶାବାସୀ ବିପୁଳ ସମର୍ଥନ ଦେଇଛନ୍ତି। ଏଥି ପାଇଁ ଶ୍ରୀ ନଡ୍ଡା ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାର ସେବା କରିବାର ସୁଯୋଗ ଦେଇଥିବାରୁ ପ୍ରାଣାମ ଜଣାଉଛି। ଆଜିର ଦିନରେ ବିଜେପି ୧୩ଟି ରାଜ୍ୟରେ ଶାସନ କରୁଛି। ଏନ୍‌ଡିଏ ନେତୃତ୍ବରେ ୧୮ଟି ରାଜ୍ୟରେ ସରକାର ଚାଲିଛି। ଦେଶର ୫୭ ପ୍ରତିଶତ ଭୂଭାଗରେ ବିଜେପି ସରକାର ଚାଲିଛି। କଂଗ୍ରେସ ଅନ୍ୟର ଭରସାରେ ବଞ୍ଚିଛି। ଅମରି ଲତା ଭଳି ବଢୁଛି।

    ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ କହିଛନ୍ତି, ଭାରତ ଆତ୍ମନିର୍ଭରଶୀଳ ଦିଗରେ ଆଗକୁ ବଢୁଛି। କିଛି ବର୍ଷ ପୂର୍ବରୁ ଭାରତରେ ବ୍ୟବହାର ହେଉଥିବା ମୋବାଇଲ ମେଡ୍‌ ଇନ୍‌ ଜାପାନ, ମେଡ ଇନ୍‌ ଚାଇନା, ମେଡ୍‌ ଇଡି ତାଇୱାନ ଲେଖାଯାଉଥିଲା। ଏବେ କିନ୍ତୁ ଭାରତରେ ମୋବାଇଲ ମୋବାଇଲ ଉତ୍ପାଦନ ହେଉଛି। ଆପଣମାନେ ବ୍ୟବହାର କରୁଥିବା ମୋବାଇଲ୍‌ରେ ମେଡ୍‌ ଇନ୍‌ ଇଣ୍ଡିଆ ଲେଖା ରହୁଛି। କେବଳ ମୋବାଇଲ୍‌ ନୁହେଁ। ବରଂ ଅଟୋ ମୋବାଇଲ ସେକ୍ଟରରେ ମଧ୍ୟ ଭାରତର ବିକାଶ ହୋଇଛି। ବିଶ୍ବର ତୃତୀୟ ସର୍ବବୃହତ୍ତ ଅଟୋ ମୋବାଇଲ ଉତ୍ପାଦନକାରୀ ରାଷ୍ଟ୍ର ହୋଇପାରିଛି ଭାରତ।

    ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରିଣୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଓଡ଼ିଶାର ସମସ୍ତ ବିଜେପି ସାଂସଦ, ରାଜ୍ୟର ସମସ୍ତ ବିଜେପି ବିଧାୟକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମର ଓ ସହପ୍ରଭାରୀ ଲତା ଉସେଣ୍ଡୀ, ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ମାନସ କୁମାର ମହାନ୍ତି ଏବଂ ଦଳର ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ