Tuesday, September 15, 2026
30.1 C
Odisha

    ମହାମନୀଷୀଙ୍କୁ ମନେପକାଇଲେ ମୁଖ୍ୟମନ୍ତ୍ରୀ: ଓଡ଼ିଆ ଅସ୍ମିତା ଓ ସ୍ବାଭିମାନର ସୁରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

    ଆଗକୁ ପଢନ୍ତୁ

    କଟକ/ବିଦ୍ୟାଧରପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନର ସୁରକ୍ଷା ପାଇଁ ତାଙ୍କ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି। ଏଥିସହିତ, କଟକର ବିଭିନ୍ନ ମୌଳିକ ସମସ୍ୟାକୁ ଚିହ୍ନଟ କରି ନୂଆ ଯୋଜନା ମାଧ୍ୟମରେ ତାହାର ସମାଧାନ କରାଯିବ। ରାଜ୍ୟରେ ଗଲା ୫୦ ବର୍ଷ ଭିତରେ ଯେଉଁସବୁ କାମ ହୋଇପାରିନି, ଆଗାମୀ ୫ ବର୍ଷ ଭିତରେ ସେହିସବୁ ବିକାଶମୂଳକ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
    ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନର ଗସ୍ତ ଅବସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳ ‌ଗୌରବ ମଧୁସୂଦନ ଦାସ ଓ ଉତ୍କଳ ମଣି ଗୋପବନ୍ଧୁ ଦାଶଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳଳୟକୁ ଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ବକ୍ସିବଜାରସ୍ଥିତ ଉତ୍କଳ ମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେହିପରି, କ୍ୟାଣ୍ଟନମେଣ୍ଟ ରୋଡସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ରାଜ୍ୟ ପାଇଁ ଏହି ମହାମନୀଷୀଙ୍କ ଅବଦାନକୁ ମନେପକାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତିରାଉତପାଟଣା ସ୍ଥିତ କେଶବଧାମକୁ ଯାଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଶିକ୍ଷା ବର୍ଗ ସମାରୋପ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜୁନ୍‌ ୨ ତାରିଖରୁ ଚାଲିଥିବା ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ବିଚାରପତି ଚିତ୍ତରଞ୍ଜନ ଦାସ, ଆରଏସ୍‌ଏସ୍‌ ଓଡ଼ିଶା ପୂର୍ବର ସହପ୍ରାନ୍ତ କାର୍ଯ୍ୟବାହ ରବିନାରାୟଣ ପଣ୍ଡା, ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ, କଟକର କୁଳପତି ବି.ଆର. ଶର୍ମା, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ, ଓଡ଼ିଶା ପୂର୍ବର ପ୍ରାନ୍ତ ସଂଘଚାଳକ ସମୀର କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ବର୍ଗ ସର୍ବାଧିକାରୀ ବିଭାଗ ସଂଘଚାଳକ ମନୋରଞ୍ଜନ ସାହୁ ବିବରଣୀ ପାଠ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଦୀପ୍ତ ରଂଜନ ସାମଲ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ।

    ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ କୁମାର ପୂଜାରୀ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ, ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବିଧାୟିକା ସୁରମା ପାଢ଼ୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଯୋଗ ଦେଇଥିଲେ। ଗସ୍ତ କାର୍ଯ୍ୟକ୍ରମ ଶେଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସିଡିଏ ସେକ୍ଟର-୬ସ୍ଥିତ ବାସଭବନକୁ ଯାଇ ତାଙ୍କୁ ଭେଟିବା ସହିତ କିଛି ସମୟ ଆଲୋଚନା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    64 %
    2.3kmh
    0 %
    Tue
    30 °
    Wed
    31 °
    Thu
    30 °
    Fri
    25 °
    Sat
    31 °

    ସମ୍ବନ୍ଧିତ