Tuesday, September 29, 2026
22.7 C
Odisha

    ନିବେଶ ଆଣିବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ନେତୃତ୍ବାଧୀନ ମୋହନ ଚରଣ ମାଝୀଙ୍କ ସରକାର ନିଜର ପ୍ରଥମ ନି‌ବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫’ ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟ ଲାଗି ପୁଞ୍ଜିନିବେଶ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଯିବେ। ଚଳିତ ମାସ ୩ରେ ସେଠାରେ ଦୁଇଟି କାର୍ଯ୍ୟକ୍ରମ ଆୟୋଜନ କରାଯିବ। କନ୍‌କ୍ଲେଭ୍‌ର କର୍ଟେନ୍ ରେଜର୍‌ ଭାବେ ରାଷ୍ଟ୍ରଦୂତ ସମ୍ମିଳନୀ ଓ ଭାବ ବିନିମୟ ଅଧିବେଶନ ଆୟୋଜନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଆମ୍ବାସଡର ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିସନର, କନ୍‌ସଲ୍‌ ଜେନେରାଲ୍‌, ଟ୍ରେଡ୍‌ କମିସନର ଓ କୂଟନୀତିଜ୍ଞମାନେ ଯୋଗ ଦେବେ।
    ଶିଳ୍ପ ମନ୍ତ୍ରୀ, ମୁଖ୍ୟ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଏଥିରେ ଯୋଗଦେବେ। ୨୦୨୫ ଜାନୁଆରି ୨୮ ଓ ୨୯ରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫ରେ ଅଂଶଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିବେଶକମାନଙ୍କୁ ଆମନ୍ତ୍ରଣ କରିବେ। ଏଥି ସହିତ ବିଭିନ୍ନ ଶିଳ୍ପସଂସ୍ଥାର ପ୍ରତିନିଧି ଓ ଶିଳ୍ପ ସଂଘଗୁଡ଼ିକ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସରକାରରୁ ବ୍ୟବସାୟ (ଜି୨ବି) ବୈଠକ କରିବେ। ଏହି ରୋଡ୍‌ ସୋ’ରେ ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳର ଶିଳ୍ପଗୁଡ଼ିକୁ ପ୍ରାଧାନ୍ୟ ଦିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.7 ° C
    22.7 °
    22.7 °
    86 %
    1.4kmh
    3 %
    Tue
    30 °
    Wed
    30 °
    Thu
    29 °
    Fri
    30 °
    Sat
    31 °

    ସମ୍ବନ୍ଧିତ