ଆସନ୍ତାକାଲି ବ୍ରହ୍ମଗିରି ଗସ୍ତରେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ବ୍ରହ୍ମଗିରି ଗସ୍ତରେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ତଦାରଖ କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲାର ବିଜୁ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନକୁ ଉଦଘାଟନ କରିବା ସହ ବ୍ରହ୍ମଗିରି ବ୍ଲକ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିନି ସେକ୍ରେଟିଏଟ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାପାଳ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତ କରି ନିର୍ବାଚିତ ପ୍ରତିନିଧିଙ୍କ ସହ ଆଲୋଚନା କରିବା ସହ ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି । ବ୍ଲକରେ ବିଭିନ୍ନ ସ୍ଥାନରେ ଜମା ହୋଇଥିବା ଅଳିଆ ଆବର୍ଜନାକୁ ହଟାଯାଇ ପରିଷ୍କାର ମଧ୍ୟ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ପୁରୀ ଜିଲ୍ଲାପାଳ ।