Thursday, September 10, 2026
23.9 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ, ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି

    ଆଗକୁ ପଢନ୍ତୁ

    ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    96 %
    1.1kmh
    100 %
    Thu
    24 °
    Fri
    27 °
    Sat
    28 °
    Sun
    29 °
    Mon
    29 °

    ସମ୍ବନ୍ଧିତ