Monday, April 6, 2026
33.6 C
Odisha

    ପୁଣି ଖୋଲିଲା ରତ୍ନଭଣ୍ଡାର: ସ୍ଥାନାନ୍ତରଣ ହେଉଛି ଖାଲି ସିନ୍ଦୁକ ଓ ଆଲମିରା

    ଆଗକୁ ପଢନ୍ତୁ

    ପୁରୀ: ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଛି। ସ୍ଥାନାନ୍ତରଣ ହେଉଛି ଖାଲି ସିନ୍ଦୁକ ଓ ଆଲମିରା। ଏଣୁ ଶୁକ୍ରବାର ଅପରାହ୍ଣ ଗୋଟାଏରୁ ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ତେବେ ଭକ୍ତମାନେ ଚାହିଁଲେ ମହାପ୍ରସାଦ ନେଇପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିଛି।

    ଶୁକ୍ରବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ପ୍ରବେଶ ଓ ଯାଞ୍ଚ ପାଇଁ ୧୨ଜଣିଆ କମିଟି ଗଠନ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ବନାଥ ରଥ, ସଦସ୍ୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ପରିଚାଳନା କମିଟି ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର, ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦାଲି, ଭଣ୍ଡାର ମେକାପ ଗଣେଶ ମେକାପ, ତଢ଼ଉକରଣ ସୁଧାଂଶୁ ଶେଖର ପଟ୍ଟନାୟକ, ଦେଉଳକରଣ ଚନ୍ଦ୍ରଶେଖର ମଙ୍ଗରାଜ ପ୍ରମୁଖ କମିଟିରେ ରହିଛନ୍ତି। ସୁରକ୍ଷା ଦୃଷ୍ଟିରୁ ରତ୍ନଭଣ୍ଡାର ପ୍ରବେଶ ପୂର୍ବରୁ ଓ ବାହାରିବା ପରେ ୧୨ଜଣଙ୍କୁ ଯାଞ୍ଚ କରିବା ଲାଗି ପୁରୀ ଏସ୍‌ପିଙ୍କୁ କୁହାଯାଇଛି। ଆଇନ ବିଭାଗ ଚିଠି ଅନୁଯାୟୀ, ଉଭୟ ଭିତର ଓ ବାହାର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, କାଠ ଓ ଲୁହା ସିନ୍ଦୁକଗୁଡ଼ିକୁ କାଢ଼ି ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍‌ ନିକଟ ଗୃହରେ ସଂରକ୍ଷିତ ରଖାଯିବ।

    ସ୍ଥାନାନ୍ତର ପରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରାଯାଇ ମରାମତି କରାଯିବ। ସ୍ଥାନାନ୍ତର ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ସେବାପୂଜା ଯଥାରୀତି ଚାଲିବ। ସୂଚନାଯୋଗ୍ୟ, ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ୍‌ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଖଟଶେଜଘର ଓ ଚାଙ୍ଗଡ଼ାଘର ନିକଟ ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    33 %
    3.3kmh
    96 %
    Mon
    34 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ