Wednesday, October 7, 2026
27.2 C
Odisha

    କୁଏତ ଅଗ୍ନିକାଣ୍ଡ: କେରଳରେ ପହଞ୍ଚିଲା ୪୫ଜଣ ଭାରତୀୟଙ୍କ ମୃତଦେହ

    ଆଗକୁ ପଢନ୍ତୁ

    କୋଚି: କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ଜଣ ଭାରତୀୟଙ୍କ ମୃତଦେହ କେରଳ କୋଚି ବିମାନ ବନ୍ଦରରେ ପହଞ୍ଚିଛି । ଭାରତୀୟ ବାୟୁସେନାର ସି-୧୩୦ ଜେ ସୁପର ହୁରକ୍ୟୁଲସରେ ସେମାନଙ୍କ ମୃତଦେହକୁ ସ୍ୱଦେଶ ଅଣାଯାଇଛି । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ନିଜେ ବିମାନ ବନ୍ଦର ଯାଇ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଠାରୁ ମୃତଦେହଗୁଡିକୁ ସନ୍ଧ୍ୟା ସୁଦ୍ଧା ଦିଲ୍ଲୀରେ ପହଞ୍ଚାଇବା ପରେ ସେଠାରୁ ସେମାନଙ୍କ ନିଜ ନିଜ ପରିବାରକୁ ପଠାଯିବାର ସୂଚନା ରହିଛି। ଗୁରୁବାର ଦିନ କୁଏତର କର୍ତ୍ତୃପକ୍ଷ ଏହି ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଜଣ ଭାରତୀୟ ଏବଂ ତିନି ଜଣ ଫିଲିପାଇନ୍ସ ନାଗରିକଙ୍କ ମୃତଦେହ ଚିହ୍ନଟ କରିଛନ୍ତି। କୁଏତ ତୁରନ୍ତ ଘଟଣାର ତଦନ୍ତ କରିବାକୁ ପ୍ରତିଶ୍ରୁତି ଦେଇଛି ଏବଂ ପୀଡିତଙ୍କ ମୃତଦେହକୁ ଫେରାଇ ଆଣିବାରେ ପୂର୍ଣ୍ଣ ସମର୍ଥନ ଦେଇଛିଦେଇଛି
    ଗତ ବୁଧବାର କୁଏତ୍‌ର ଦକ୍ଷିଣରେ ଅବସ୍ଥିତ ମଙ୍ଗଫ୍‌ ସହରର ଏକ ବହୁତଳ କୋଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ସର୍ବାଧିକ ଭାରତୀୟ ଅଛନ୍ତି।

    କୁଏତ୍‌ର ସବୁଠାରୁ ବଡ଼ ନିର୍ମାଣ ସଂସ୍ଥା ଏନ୍‌ବିଟିସି ଗ୍ରୁପ୍‌ର ଏହି ୬ ମହଲା କୋଠା ଘରଟି ଶ୍ରମିକଙ୍କ ରହିବା ପାଇଁ ବ୍ୟବହାର କରାଯାଉଥିଲା। ଏଥିରେ ୧୯୫ଜଣ ଶ୍ରମିକ ଓ ସଂସ୍ଥାର କର୍ମଚାରୀ ରହୁଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଭାରତୀୟ ଏବଂ ସେମାନେ କେରଳ, ତାମିଲନାଡ଼ୁ ଓ ଉତ୍ତରପ୍ରଦେଶ, ଜମ୍ମୁ କଶ୍ମୀର ଆଦି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଲୋକ। ଏହି ଦୁଃଖଦ ଘଟଣାକୁ ନେଇ ବିଶ୍ବ ସ୍ତବ୍ଧ ହୋଇଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ