Sunday, May 10, 2026
32.7 C
Odisha

    କେନ୍ଦ୍ରାପଡା ଓସ୍ତପୁରଠାରେ ଦୁର୍ଘଟଣାରେ ୩ କଳାକାରଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ଓସ୍ତପୁର ନିକଟରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକମାନେ ସମସ୍ତେ କଳାକାର । ଏମାନଙ୍କ ଘର କଟକରେ ।ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ରାପଡ଼ାର ନାରାୟଣପୁର ଯାଇଥିଲେ । କାର୍ଯ୍ୟକ୍ରମ ସାରି ଭୋର ସମୟରେ ଫେରୁଥିବା ବେଳେ ଓସ୍ତପୁର ନିକଟରେ ଗଛକୁ ଧକ୍କା ଦେଇଥିଲା । ଦୁର୍ଘଟଣାସ୍ଥଳରେ ଜଣଙ୍କ ଜୀବନ ଯାଇଛି । ସ୍ଥାନୀୟ ଲୋକ ଉଦ୍ଧାର କରି ଆହତଙ୍କୁ ମେଡିକାଲକୁ ନେଇଥିଲେ । ସେଠାରେ ଅନ୍ୟ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁତର ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    32.7 ° C
    32.7 °
    32.7 °
    39 %
    2.7kmh
    24 %
    Sun
    36 °
    Mon
    38 °
    Tue
    36 °
    Wed
    40 °
    Thu
    41 °

    ସମ୍ବନ୍ଧିତ