୨୪ ଘଣ୍ଟାରେ ୮୧୬ କୋଭିଡ୍ ପଜିଟିଭ୍

୨୪ ଘଣ୍ଟାରେ ୮୧୬ କୋଭିଡ୍ ପଜିଟିଭ୍
୨୪ ଘଣ୍ଟାରେ ୮୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୭।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୮୭୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୭୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୪୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୬ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୬ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ୩, କଟକ ଜିଲ୍ଲାରୁ ୧୧୬ଜଣ, ଦେବଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୬୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।