ରାଜ୍ୟରେ ଆଜି କରୋନା ନେଲା ୭ ଜୀବନ

ରାଜ୍ୟରେ ଆଜି କରୋନା ନେଲା ୭ ଜୀବନ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି । ଏସମ୍ବନ୍ଧ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନୁଗୁଳ, କଟକ, ଯାଜପୁର,ଖୋର୍ଦ୍ଧା,ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୨ ହଜାର ୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।