ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ୫୦୦ ଉପରେ ରହିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ ୩୯ ହଜାର୮୧୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୩୧ ଜଣ ଲୋକାଲ କେସ୍ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୯ହଜାର୮୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୬୭୩ଟି ଆକ୍ଟିଭ କେସ ରହିଛି । ତେବେ ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୬ ଜଣ ଚିହ୍ନଟ ହୋଇଛନ୍ତି।