୨୪ ଘଣ୍ଟାରେ ରାଜ୍ୟରୁ ୯୮୩୩ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ

୨୪ ଘଣ୍ଟାରେ ରାଜ୍ୟରୁ ୯୮୩୩ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୯୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୭୨୯୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୪୧୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭୨ଜଣ ରହିଛନ୍ତି ।ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୪୬ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧ଲକ୍ଷ୮୭ହଜାର୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୯୭୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୯୦୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୯୯୦୭୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି।