Saturday, October 3, 2026
24.7 C
Odisha

    ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ରାଜ୍ୟର ପ୍ରମୁଖ ଶୈବପୀଠରେ ଜଳଲାଗି କରୁଛନ୍ତି କାଉଡ଼ିଆ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଲାଗିଛି କାଉଡ଼ିଆଙ୍କ ଲମ୍ବା ଧାଡ଼ି। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ବର ପୀଠ ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି। ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ କୋଟି ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି। ସେଇଥି ପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତିନୀତି ପାଳନ କରିଥାନ୍ତି। ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଲେବାବାଙ୍କୁ ଜଳ ଲାଗି କରିଥାନ୍ତି। ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡିକରେ କଡ଼ା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି। ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡ଼ିକରେ ପୁଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ