Wednesday, June 3, 2026
38.7 C
Odisha

    ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ

    ଆଗକୁ ପଢନ୍ତୁ

    ଶ୍ରୀକ୍ଷେତ୍ର ଐତିହ୍ୟରେ ଯୋଡିହେବ ନୂଆ ଫର୍ଦ୍ଦ । ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଅପରାହ୍ନରେ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ବରେଣ୍ୟ ବ୍ରାହ୍ମଣ ମାନଙ୍କ ଦ୍ୱାରା ପଞ୍ଚ କସାୟନରେ ପରିକ୍ରମା ପ୍ରକଳ୍ପ ଫଳକ ଏବଂ ପଥକୁ ଶୋଧ କରାଯାଇଛି । ଦିନ ପ୍ରାୟ ୧ଟା ୧୫ରୁ ସାଢେ ଗୋଟାଏ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଦିନ ୧୨ଟାରେ ବେଦପାଠ ପୂର୍ବକ ଶ୍ରୀନଅରରୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞସ୍ଥଳକୁ ବିଜେ କରି ଯଜ୍ଞକୁଣ୍ଡରେ ଆହୁତି ପ୍ରଦାନ କରିବେ । ଅପରାହ୍ନ ୧ଟାରୁ ୨ଟା ମଧ୍ୟରେ ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେବେ ଗଜପତି । ପରେ ସଭାସ୍ଥଳକୁ ଯାଇ ନିମନ୍ତ୍ରିତ ସାଧୁସନ୍ଥ ଏବଂ ଅତିଥି ମାନଙ୍କୁ ଉଭୟ ଗଜପତି ମହାରାଜ ଏବଂ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.7 ° C
    38.7 °
    38.7 °
    24 %
    2.2kmh
    82 %
    Wed
    40 °
    Thu
    42 °
    Fri
    41 °
    Sat
    40 °
    Sun
    42 °

    ସମ୍ବନ୍ଧିତ