Monday, April 6, 2026
31.8 C
Odisha

    ଆଜି ଶ୍ରାବଣ ତୃତୀୟ ସୋମବାର: ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ବର, ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି। ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି। ସେଥିପାଇଁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ମାସକ ପୂର୍ବରୁ ରୀତିନୀତି ପାଳନ କରିଥାନ୍ତି। ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡ଼ିକରେ ପୁଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ