Wednesday, June 3, 2026
26.9 C
Odisha

    ଆଜି ଉତ୍କଳ ଦିବସ । ୮୮ ବର୍ଷ ତଳେ ଓଡ଼ିଶାକୁ ମିଳିଥିଲା ଭାଷାଭିତ୍ତିିକ ରାଜ୍ୟ ମାନ୍ୟତା

    ଆଗକୁ ପଢନ୍ତୁ

    ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୮ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉକ୍ରଳ ଦିବସ ଭାବେ ପାଳନ କରାଯାଇଆସୁଛି । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉକ୍ରଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଂଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.9 ° C
    26.9 °
    26.9 °
    74 %
    1.6kmh
    70 %
    Tue
    27 °
    Wed
    40 °
    Thu
    41 °
    Fri
    41 °
    Sat
    41 °

    ସମ୍ବନ୍ଧିତ