ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଗସ୍ତ ଅବସରରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ କରିବେ। ଜିଲ୍ଲାର ୨ଲକ୍ଷ ୨୮ହଜାର ୨୧୩ଜଣ ହିତାଧିକାରୀ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ। ଏହାଦ୍ୱାରା ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ମିଳିପାରିବ । ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ରାଜ୍ୟ ତଥା ରାଜ୍ୟ ବାହାରର ୨ଶହରୁ ଅଧିକ ହସପିଟାଲ୍‌ରେ ସ୍ମାର୍ଟ ହେଲ୍‌ଥ କାର୍ଡରେ ସ୍ୱାସ୍ଥ୍ୟ ସେବା ମିଳିବ । ଏହା ସହ ୭ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି ।