Sunday, March 22, 2026
32 C
Odisha

    ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଇସ୍ତଫା ଦେଲେ ଏହି ଦୁଇ ବରିଷ୍ଠ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାରୁ ବିଜେଡି ସରକାର ଗଲା ପରେ ଭିନ୍ନଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଗତକାଲି (ବୁଧବାର) ମୁଖ୍ୟମନ୍ତ୍ରୀ ପଦବିରୁ ଇସ୍ତଫା ଦେଲା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇ ଜଣ ବରିଷ୍ଠ ଅଧିକାରୀ ଇସ୍ତଫା ଦେଇଛନ୍ତି। ଏମାନେ ହେଲେ ସୁରେଶ ଚନ୍ଦ୍ର ମହାପାତ୍ର ଓ ଆର୍‌ ବାଳକ୍ରିଷ୍ଣନ। ‘ସିଏମ୍‌ଓ’ର ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ମହାପାତ୍ର ଇସ୍ତଫା ଦେଇଛନ୍ତି। ସେହିପରି‌ ସ୍ବତନ୍ତ୍ର ଏଟିଭ୍‌ ଉପଦେଷ୍ଟା ପଦରୁ ବରିଷ୍ଠ ଅଧିକାରୀ ଆର. ବାଲକ୍ରିଷ୍ଣନ୍‌ ଇସ୍ତଫା ଦେଇଛନ୍ତି। ସୁରେଶ ମହାପାତ୍ର ଓ ଆର. ବାଲକ୍ରିଷ୍ଣନଙ୍କ ଇସ୍ତଫାକୁ ଗ୍ରହଣ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି। ତେବେ ଏହି ଦୁଇ ଜଣ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଦୁହେଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ଏବେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇ ରିଟାୟର୍ଡ ଆଇଏଏସ୍ ଅଫିସର ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

    ସୂଚନାଯୋଗ୍ୟ, ଗତକାଲି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ସେ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ନବୀନ ପଟ୍ଟନାୟକ ନିଜର ଇସ୍ତଫା ପତ୍ର ପ୍ରଦାନ କରିବା ପରେ ନବୀନ ନିବାସକୁ ଫେରିଆସିଥିଲେ।

    ଚଳିତ ନିର୍ବାଚନରେ ବଡ଼ ପରାଜୟର ସାମ୍ନା କରିଛି ବିଜେଡି। ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି। ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି। ୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32 ° C
    32 °
    32 °
    17 %
    4.1kmh
    4 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ