Sunday, September 13, 2026
28.7 C
Odisha

    ଗୋଟିଏ ସପ୍ତାହରେ ଆସୁଛି ଦୁଇ ଦୁଇଟି ଲଘୁଚାପ

    ଆଗକୁ ପଢନ୍ତୁ

    ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ। ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୁତି ବୃଦ୍ଧି ପାଇବ । ସେହିପରି ୧୯ ଓ ୨୦ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ତତ୍ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
    ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଦୁଇଟି ଲଘୁଚାପ କ୍ଷେତ୍ର ।

    ଆସନ୍ତା ୧୫ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ପ୍ରଥମ ଲଘୁଚାପ କ୍ଷେତ୍ର
    ଆଉ ଏହାର ପ୍ରଭାବରେ ୧୪ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି
    ୧୫-୧୬ ତାରିଖରେ ବର୍ଷା ପରିମାଣ ଓ ବିସ୍ତୁତି ବଢିବ
    ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି ।
    ଗୋଟିଏ-ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ
    ୧୪ ତାରିଖରେ ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
    ୧୫ ତାରିଖରେ ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ
    ୧୬ରେ କନ୍ଧମାଳ, ଗଂଜାମ, ଗଜପତି , ରାୟଗଡା , କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ଚେତାବନୀ
    ବିଭିନ୍ନ ମଡେଲର ଆକଳନ ଅନୁସାରେ…….

    ବଙ୍ଗୋପସାଗରରେ ଦ୍ୱିତୀୟ ଲଘୁଚାପ କ୍ଷେତ୍ର୧୯-୨୦ ଜୁଲାଇ ବେଳକୁ ସୃଷ୍ଟି ହୋଇପାରେ
    ଏହି ଲଘୁଚାପ ପ୍ରଥମ ଲଘୁଚାପ ଅପେକ୍ଷା ଅଧିକ ଶକ୍ତିଶାଳୀ ହୋଇ ଚିହ୍ନିତ ଲଘୁଚାପ କିମ୍ୱା ଅବପାତର ରୂପ ନେଇପାରେ
    ୨୦ରୁ ୨୨ ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି
    ଉପକୂଳ ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହୋଇପାରେ
    ଦୁଇ ଦୁଇଟି ଲଘୁଚାପ ବର୍ଷାରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଭରଣା ହେବ ବୋଲି ଆଶା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ