Friday, March 27, 2026
24.5 C
Odisha

    ୧୨ରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ସିଂ ତୋମର୍। ଏଣେ ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରାୟଗଡ଼ା ଆସି ନିର୍ବାଚନ ପ୍ରଚାର କରିବେ।ଗତ ମାସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ସୋନପୁରରେ ନିର୍ବାଚନ ବିଗୁଲ୍‌ ବଜାଇଥିଲେ। ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଥିଲେ। ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ଶାହ କହିଥିଲେ, ଓଡ଼ିଶାରେ ଖଣିଜ ସଂପଦ ପ୍ରଚରୁ ରହିଛି। ସବୁଠାରୁ ଅଧିକ ପାଣି ରହିଛି। ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ। ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି। ଭାରତୀୟ ଜନତା ପାର୍ଟିର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ। ଲୋକଙ୍କୁ ଏଠାରେ ରୋଜଗାର ମିଳିବ।ଶ୍ରୀ ଶାହ କହିଥିଲେ, କେନ୍ଦ୍ର ସରକାର ଯେତିକି ଟଙ୍କା ଦେଉଛନ୍ତି, ରାଜ୍ୟ ସରକାର ତାହା ବିନିଯୋଗ କରିପାରୁ ନାହିଁ। ଭାରତୀୟ ଜନତା ପାର୍ଟିର ସରକାର ପ୍ରତ୍ୟେକ ଘରକୁ ପାଣି ଯୋଗାଇବ। ନବୀନ ସରକାରଙ୍କୁ ଡର ଯେ, ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁହେଲେ ରାଜ୍ୟ ସରକାରଙ୍କ ଲୋକପ୍ରିୟତା କମି ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟତା ବଢ଼ିଯିବ। ଓଡ଼ିଶାର ଭାଷା ଓ ସଂସ୍କୃତିର ଉନ୍ନତି ପାଇଁ ବିଜେପି ସରକାର ଆସିବାର ଅଛି। ବିଜେପି ମାତ୍ର ୫ ବର୍ଷ ମଧ୍ୟରେ ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟ କରିପାରିବ। ଆମେ ଲୁଗା କାରଖାନା କରି କପାଚାଷୀଙ୍କ ବିକାଶ କରିବୁ। କେନ୍ଦ୍ରର ଅନୁଦାନକୁ ରାଜ୍ୟ ସରକାର ନିଜର ଫଟୋ ଦେଇ ଲୋକପ୍ରିୟତା ହାସଲ କରିବାକୁ ଉଦ୍ୟମ କରୁଛନ୍ତି ‌ବୋଲି ଶ୍ରୀ ଶାହ କହିଥିଲେ।

    ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସିବେ। ଆଜି ରାତିରେ ପହଞ୍ଚିବା ପରେ ଆସନ୍ତାକାଲି ଭୁବନେଶ୍ୱରରେ ରୋଡ ସୋ’ କରିବା ସହ ବିଭିନ୍ନ ପ୍ରଚାର ସଭାରେ ସାମିଲ ହେବେ। ସେହିଭଳି ଆସନ୍ତା ୧୦ ଓ ୧୧ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। କେନ୍ଦ୍ରୀୟ ନେତୃତ୍ୱଙ୍କ ଘନଘନ ଓଡ଼ିଶା ଗସ୍ତ କାରଣରୁ ଏବେ ଦଳୀୟ କର୍ମୀ ବେଶ ଉତ୍ସାହିତ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    31 %
    1.3kmh
    0 %
    Fri
    39 °
    Sat
    39 °
    Sun
    40 °
    Mon
    41 °
    Tue
    38 °

    ସମ୍ବନ୍ଧିତ