Thursday, October 15, 2026
21.4 C
Odisha

    ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ: ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା ଯାଇ ଶ୍ରୀରାମଙ୍କୁ ଦର୍ଶନ କରିପାରିବେ। ସେହିପରି ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ। ଏହା ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପରେ ସମ୍ବଲପୁର ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଡ଼ି ହେବ। ଏହା ପରେ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମଭୋଇ, ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଉନ୍ମୋଚିତ ହେବ। ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରେ ପିଏମ୍ ସ୍ୱନିଧି ଯୋଜନା ସମ୍ପର୍କିତ ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.4 ° C
    21.4 °
    21.4 °
    96 %
    1kmh
    49 %
    Thu
    29 °
    Fri
    29 °
    Sat
    30 °
    Sun
    31 °
    Mon
    29 °

    ସମ୍ବନ୍ଧିତ