Sunday, September 20, 2026
24.4 C
Odisha

    ଛାତ୍ରଛାତ୍ରୀଙ୍କୁ ଦକ୍ଷ କରି ସେମାନଙ୍କୁ ବୈଜ୍ଞାନିକ କରିବା: କେନ୍ଦ୍ରମନ୍ତ୍ରୀ

    ଆଗକୁ ପଢନ୍ତୁ

    ଦେବଗଡ଼:ଭାରତ ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିର ଦେଶ ଭାବରେ ପରିଣତ ହୋଇଛି । ଆଗାମୀ ଦିନରେ ଆମ ଦେଶ ବିଶ୍ୱର ଏକ ନମ୍ବର ଅର୍ଥନୀତି ହେବା ସହ ବିକଶିତ ଭାରତ ହେବ । ଏଥିପାଇଁ ଏବେ ଠାରୁ ଆମର ଛାତ୍ରଛାତ୍ରୀଙ୍କ ଦକ୍ଷ କରିବାକୁ ପଡ଼ିବ। ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ସୃଷ୍ଟି କରିବା ପାଇଁ ପଡ଼ିବ ବୋଲି ଶନିବାର ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ପରିସର ପାଇଁ ଭୂମିପୂଜନ କରିବା ଅବସରରେକେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।

    ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେବଗଡ଼ ଆମର ସାଂସ୍କୃତିକ ସହର ଓ ପଢାଲେଖା ଅଞ୍ଚଳ। ଦେବଗଡ଼ର ମୁଳପୁଞ୍ଜି ଶିକ୍ଷା। ଏଠାରେ ପାଠପଢାର ବହୁତ ପୁରୁଣା ସଂସ୍କାର ଅଛି। ଜିଲ୍ଲାରେ ଗଢ଼ି ଉଠିଥିବା ଶିକ୍ଷାନୁଷ୍ଠାନ ଗୁଡିକ ମଧ୍ୟରୁ ଅନେକ ଅନୁଷ୍ଠାନ ଶହେବର୍ଷ ପୁରୁଣା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ଦେବଗଡ଼ର ଅବଦନ ଅତୁଳନୀୟ। ଭାଷାଭିତ୍ତିରେ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶ ଗଠନ କରିବା ତଥା ଓଡ଼ିଆ ଭାଷାକୁ ସୁରକ୍ଷିତ ରଖିବାରେ ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବଙ୍କ ବଡ଼ ଭୂମିକା ରହିଛି।

    ଭାରତ ସରକାରଙ୍କ ସହଯୋଗରେ ପ୍ରାୟ ୩୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପୂର୍ଣ୍ଣାଙ୍ଗ ହେଲେ ଏକ ଭଲ ସ୍କୁଲ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିରେ ଗୁଣାତ୍ମକ ଶିକ୍ଷା ସହ ବହୁମୁଖୀ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯାଇଛି। ବାଲବାଟିକା ମାଧ୍ୟମରେ ଖେଳକୁଦ, ଗୀତ ଓ ଯାଦୁ ଆଧାରିତ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି।  ମାତୃଭାଷାକୁ ଗୁରୁତ୍ୱ, ଗବେଷଣା ଏବଂ ସାମାଜିକ ସଚେତନତା ଭଳି ବିଷୟକୁ ପାଠପଢାର ଅଂଶବିଶେଷ କରିବା ଉପରେ ପ୍ରାଥମିକତା ଦିଆଯାଇଛି। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ।

    ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢୁଥିବା ଦୃଷ୍ଟିରେ ରଖି ଆସନ୍ତା ଶିକ୍ଷା ବର୍ଷରୁ ଏଠାରେ ୨ଟି ସେକ୍ସନ କରିବା ପାଇଁ ବ୍ୟବସ୍ଥା କରିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହାସହ ସ୍କୁଲରେ ଦ୍ୱାଦଶ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ କିପରି ପ୍ରତିଯୋଗିତାମୂଳକ ଭାବେ ଆଗକୁ ବଢିବେ, ସେଥିପାଇଁ ଉଦ୍ୟମ କରିବାକୁ ଶ୍ରୀ ପ୍ରଧାନ ବିଶେଷ ଗୁରୁତ୍ୱ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    94 %
    1.2kmh
    49 %
    Sun
    24 °
    Mon
    30 °
    Tue
    28 °
    Wed
    29 °
    Thu
    24 °

    ସମ୍ବନ୍ଧିତ