Wednesday, September 23, 2026
24 C
Odisha

    ଓଡ଼ିଶାକୁ ମିଳିଲା ୫ଟି ନୂଆ ରେଳ ପ୍ରକଳ୍ପ: ଧନ୍ୟବାଦ ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ର କ୍ୟାବିନେଟ୍‌ରେ ଓଡ଼ିଶାକୁ ନୂଆ ରେଳ ଲାଇନ୍ ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମ୍ପ୍ରସାରଣ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର ଆର୍ଥିକ ଅଭିବୃଦ୍ଧି ସହ ଭିତିଭୂମିକୁ ସୁଦୃଢ କରିବ। ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

    ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ମୋଟ୍ ୮ଟି ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ଏହି ପ୍ରକଳ୍ପର ମୂଲ୍ୟ ୨୪,୬୫୭ କୋଟି ରହିଛି, ଯେଉଁଥିରେ ଓଡିଶାର ଗୁଣୁପୁର-ଥିରୁବାଲି ୭୩ କିଲୋମିଟର, ଜୁନାଗଡ-ନବରଙ୍ଗପୁର ୧୧୬ କି.ମି,ବାଦାମପାହାଡ-କେନ୍ଦୁଝରଗଡ ୮୨.୬ କିଲୋମିଟର, ବାଙ୍ଗିରିପୋଷୀ-ଗୋରୁ ମୋହିଷାଣି ୮୫.୬୦ କି.ମି, ମାଲକାନଗିରି-ଭଦ୍ରାଚଲମ ୧୭୩.୬୧ କି.ମି ଆଦି ନୂଆ ରେଳ ଲାଇନ୍ ହେବ ବୋଲି ଜଣାପଡ଼ିଛି।

    ୨୦୩୦-୨୦୩୧ ସୁଦ୍ଧା ଶେଷ ହେବାକୁ ଥିବା ଏହି ନୂତନ ଲାଇନ୍ ପ୍ରକଳ୍ପଗୁଡ଼ିକ ନିର୍ମାଣ କାଳରେ ପ୍ରାୟ ୩ କୋଟି ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି କରିବ। ଓଡ଼ିଶା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ, ବିହାର, ତେଲେଙ୍ଗାନା ଏବଂ ପଶ୍ଚିମବଙ୍ଗ ଭଳି ୭ଟି ରାଜ୍ୟର ୧୪ଟି ଜିଲ୍ଲାକୁ ଏହି ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କ ୯୦୦ କିଲୋମିଟର ବୃଦ୍ଧି ପାଇବ। ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୬୪ଟି ନୂଆ ଷ୍ଟେସନ ନିର୍ମାଣ କରାଯିବ। ଏହା ଦ୍ୱାରା ୬ଟି ଆକାଂକ୍ଷୀ ଜିଲ୍ଲା- ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ପୂର୍ବ ସିଂହଭୂମ, ଭଦାଦ୍ରି କୋଠାଗୁଡେମର ପାଖାପାଖି ୫୧୦ଟି ଗାଁ ଏବଂ ପ୍ରାୟ ୪୦ ଲକ୍ଷ ଜନସଂଖ୍ୟାକୁ ଯୋଗାଯୋଗ ବୃଦ୍ଧି ପାଇବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    98 %
    1.7kmh
    100 %
    Tue
    24 °
    Wed
    26 °
    Thu
    28 °
    Fri
    29 °
    Sat
    28 °

    ସମ୍ବନ୍ଧିତ