Tuesday, April 7, 2026
27.6 C
Odisha

    ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟାଲଘୁ ବିଭାଗର ମନ୍ତ୍ରୀ କିରଣ ରିଜିଜୁ। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ , ବିମାନବନ୍ଦରରେ ସ୍ବାଗତ କରିଛନ୍ତି ସଂସଦୀୟ ବ୍ୟାପାର ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ। ଆଜି ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ। ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବେ। ସୂଚନାଯୋଗ୍ୟ ଯେ, ବିଧାନସଭାରେ ନୂଆ ବିଧାୟକ ନେବେ ପ୍ରଶିକ୍ଷଣ। ଦୁଇ ଦିନ ଧରି ଚାଲିବ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ତେବେ ଦଳୀୟ ଭିତ୍ତିରେ କାର୍ଯ୍ୟକ୍ରମ ହେଉଥିବାର ଅଭିଯୋଗ ଆଣି ଉଭୟ ବିଜେଡି ଓ କଂଗ୍ରେସ ଏହାର ବର୍ଜନ କରିଛନ୍ତି। ଦୁଇ ବିରୋଧୀ ଦଳର ବର୍ଜନ ପରେ ଏବେ ବିଜେପିର ବିଧାୟକଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଚାଲିବା ଏକ ପ୍ରକାର ନିଶ୍ଚିତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    54 %
    3kmh
    66 %
    Tue
    29 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ