ନିଲମ୍ବିତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ନିଲମ୍ବିତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର କମିସନରେଟ ପୋଲିସର ପୂର୍ବତନ କନଷ୍ଟେବଳ ପ୍ରସନ୍ନ ବେହେରା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରସନ୍ନଙ୍କ ଘରେ ସମେତ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌ । ଏକକାଳୀନ ଭୁବନେଶ୍ୱର କଳ୍ପନା ଛକ ଘର, ଡୁମଡୁମାର ସ୍ପାର୍କ ଫର୍ନିଚର, ଲିଙ୍ଗିପୁର ଫର୍ଣ୍ଣିଚର ଓ୍ଵାର୍କସପ, ପାତ୍ରପଡା ସ୍ଥିତ ସାଉଥ ସିଟି ବାର୍‌ ସମେତ ପୈତୃକ ଘର ଖୋର୍ଦ୍ଧା ଜିଲ୍ଲା ନୂଆପଡାରେ ଚଢାଉ କରୁଛି ଭିଜିଲାନ୍ସର ୫ ଟି ଟିମ ।

ଟିମ୍‌ରେ ୨ ଡିଏସପିଙ୍କ ସମେତ ୫ ଜଣ ଇନ୍ସପେକ୍ଟର ଥିବାର ଜଣା ପଡ଼ିଛି । ମନୀଷ ଅନୁରାଗ ଦାସ ମୃତ୍ୟୁ ମାମଲାରେ ପୂର୍ବରୁ ଚାକିରୀରୁ ବିଦା ହୋଇଥିଲେ ପ୍ରସନ୍ନ ବେହେରା । ଏହାସହ ବିନା ଲାଇସେନ୍‌ସରେ ଭୁବନେଶ୍ୱର ପାତ୍ରପଡ଼ା ସାଉଥ ସିଟି ବାର୍‌ ଚଳାଇବା ଅଭିଯୋଗରେ ପ୍ରସନ୍ନଙ୍କୁ ଗିରଫ କରାଯାଇଥିଲା । ଗତ ସେପ୍ଟେମ୍ବରରୁ ସରିଥିଲା ସାଉଥ ସିଟି ବାରର୍‌ ଲାଇସେନ୍‌ସ ଅବଧି। ମନୀଷ ଅନୁରାଗ ହତ୍ୟା ମାମଲାରେ ତଦନ୍ତ ବେଳେ ସାଉଥ ସିଟି ବାର୍‌ର କାରନାମା ସାମ୍ନାକୁ ଆସିଥିଲା ।