Wednesday, October 23, 2024
21.7 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିଜେପି ନେତାଙ୍କ ମୁଣ୍ଡ କାମ କରୁନି

    ଆଗକୁ ପଢନ୍ତୁ

    ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା, ବ୍ରହ୍ମଗିରି, ପିପିଲି, ରଣପୁର ଓ ନୟାଗଡ଼ରେ ନିର୍ବାଚନ ପ୍ରଚାର କରି ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ବିଧାନସଭା ପ୍ରାର୍ଥୀମାନଙ୍କୁ ବିପୁଳ ଭୋଟରେ ଜିତାଇ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତୀ କରିବାକୁ ଅନୁରୋଧ କରିଛନ୍ତି । ଶେଷରେ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ଜୟଦେବ ବିଧାନସଭା ଅଞ୍ଚଳରେ ବିଶାଳ ଜନସଭାରେ ଭାଷଣ ଦେଇ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଅନୁରୋଧ କରିଛନ୍ତି । ସବୁ ସଭାରେ ବିଶାଳ ଜନସମାବେଶ ଦେଖି ପାଣ୍ଡିଆନ କହିଥିଲେ ଯେ ଲୋକଙ୍କ ବିପୁଳ ସମର୍ଥନ ଦେଖି ବିରୋଧି ଦଳ ହତୋତ୍ସାହ ହେଲେଣି । ସେମାନେ ମିଛ କହିବା, ଅପପ୍ରଚାର କରିବା ଆଦି ଆରମ୍ଭ କଲେଣି । ଆପଣମାନେ ତାଙ୍କୁ ଉଚିତ ଜବାବ ଦେବେ ।ବିରୋଧୀ ବିଜେପି ଦଳର ମୁଖା ଖୋଲି, ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି । କୋଉଠି କ’ଣ କହୁଛନ୍ତି ଜାଣିପାରୁନାହାନ୍ତି । ତାଙ୍କର ସବୁ ନେତା ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଆସାମ ମୁଖ୍ୟମନ୍ତ୍ରୀ ବି କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ । ତା’ହେଲେ ଆସାମକୁ କ’ଣ କରିବେ ? ଯୁଆଡ଼େ ଯାଉଛନ୍ତି, କହୁଛନ୍ତି-ଏକ ନମ୍ବର କରିବେ । କର୍ଣ୍ଣାଟକ, ତେଲେଙ୍ଗାନା, ମହାରାଷ୍ଟ୍ର… ସବୁଠି କହୁଛନ୍ତି ସେହି ରାଜ୍ୟକୁ ଏକ ନମ୍ବର କରିବେ । ସେମାନେ ପ୍ରଥମେ ଆଗେ ନିଷ୍ପତ୍ତି କରନ୍ତୁ କେଉଁ ରାଜ୍ୟକୁ ଏକ ନମ୍ବର କରିବେ । ୨୫ ବର୍ଷ ହେଲା ଡବଲ ଇଞ୍ଜିନ ସରକାର ଥାଇ ଏପର୍ଯ୍ୟନ୍ତ ଗୁଜରାଟକୁ ଏକ ନମ୍ବର କରିପାରିଲେ ନାହିଁ । ସେମାନେ କେବଳ ଆପଣମାନଙ୍କୁ ଭୁଆଁ ବୁଲାଉଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ