Monday, October 5, 2026
31.3 C
Odisha

    ଆଜି ଓ କାଲି ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

    ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.3 ° C
    31.3 °
    31.3 °
    48 %
    2.7kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ