Friday, September 25, 2026
24.2 C
Odisha

    ୭ରୁ ପୁଣି ରାଜ୍ୟରେ ବର୍ଷା

    ଆଗକୁ ପଢନ୍ତୁ

    ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଲାଗି ରହିଥିବା ତାତିରେ ଲାଗିଛି ବ୍ରେକ୍। ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ଆଜି ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓ ଆସନ୍ତାକାଲି ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି। ଗତକାଲି ସନ୍ଧ୍ୟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ମୟୂରଭଞ୍ଜର ମୋରଦାରେ ୧୫ ମିଲିମିଟର, କେନ୍ଦୁଝରର ଚମ୍ପୁଆରେ ସର୍ବାଧିକ ୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.2 ° C
    24.2 °
    24.2 °
    96 %
    5.3kmh
    100 %
    Thu
    24 °
    Fri
    28 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ