Tuesday, October 6, 2026
28.6 C
Odisha

    ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ ରହିବ। ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ପରେ ଅର୍ଥାତ ଦୁଇ ଦିନ ପରେ ୨ ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ ଆଉ ବଢ଼ିବା ଥଣ୍ଡାର ପ୍ରକୋପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି,୨୭ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଣେ ୨୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି , କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଏବଂ କୋରାପୁଟ ଆଦି ଜିଲ୍ଲାଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।୨୯ରେ ମଧ୍ୟ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ର ସମ୍ଭାବନା ରହିଛି। ୨୫ ଓ ୨୬ ତାରିଖରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ମେଘୁଆ ପାଗ ଦେଖିବାକୁ ମିଳିବ।
    ସେପଟେ ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧ .୦ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଜି ଉଦୟଗିରିରେ ୮.୫ ରେକର୍ଡ ହୋଇଛି। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୫.୪ ରହିଥିବା ବେଳେ କଟକରେ ୧୬.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।
    ଏଣେ ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା
    ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ। ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ନେବ ଅବପାତର ରୂପ।ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ। ବାତ୍ୟାର ରୂପ ନେଲା ପରେ ତାର ନାଁ ରହିବ ଫେଙ୍ଗାଲ।ବାତ୍ୟା ଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ।୨୫ କିମ୍ବା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।ସିଷ୍ଟମ ଉପରେ ଆଇଏମଡିର ସ୍ବତନ୍ତ୍ର ନଜର ରହିଛି।ବାତ୍ୟାର ତୀବ୍ରତା କେତେ ରହିବ ଏଯାଏଁ ହୋଇନି ସ୍ପଷ୍ଟ।ଲଘୁଚାପ ସୃଷ୍ଟି ପରେ ଚିତ୍ର ସ୍ପଷ୍ଟ କରିବ ଭାରତୀୟ ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ