Monday, April 6, 2026
35.2 C
Odisha

    ପରିବର୍ତ୍ତିତ ଜୀବନଶୈଳୀ ପାଲଟିଛି ବ୍ରେନ୍ ଷ୍ଟ୍ରୋକର ପ୍ରମୁଖ କାରଣ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବ୍ରେନ୍‌ ଷ୍ଟ୍ରୋକ୍ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ହୋଇଛି। ବିଭିନ୍ନ ଅଣସଂକ୍ରାମକ ରୋଗ ମଧ୍ୟରେ ଷ୍ଟ୍ରୋକ୍ ସର୍ବାଧିକ ମୃତ୍ୟୁର କାରଣ ପାଲଟିଛି। ସେହିପରି ଷ୍ଟ୍ରୋକ ଯୋଗୁଁ ସୃଷ୍ଟି ହେଉଥିବା ଗୁରୁତର ଅକ୍ଷମତା ରୋଗୀଙ୍କ ବାକି ଜୀବନକୁ ଜଟିଳ କରିଦେଉଛି। ବିଶ୍ୱ ଷ୍ଟ୍ରୋକ୍ ଦିବସ ଅବସରରେ ବ୍ୟାପକ ସଚେତନତା ଲାଗି ଆଇଏଫଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ‘ଷ୍ଟ୍ରୋକମୁକ୍ତ ଜୀବନ’ ଶୀର୍ଷକରେ ଏକ ବିଶେଷ କାର୍ଯ୍ୟକ୍ରମ କରାଯାଉଛି। ବିଶ୍ୱ ଷ୍ଟ୍ରୋକ ଦିବସ ଉପଲକ୍ଷେ ଅକ୍ଟୋବର ୨୯ରୁ ଏହା ଆରମ୍ଭ ହୋଇଛି। ଏହା ନଭେମ୍ବର ୭ ତାରିଖ ଯାଏଁ ଚାଲିବ।

    ଏହି କାର୍ଯ୍ୟକ୍ରମରେ ଷ୍ଟ୍ରୋକର କାରଣ, ଲକ୍ଷଣ ଏବଂ ନିରାକରଣ ବିଷୟରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସର ବିଭିନ୍ନ ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ଓଡ଼ିଶାର ବିଶିଷ୍ଟ ଡାକ୍ତରମାନଙ୍କ ସାକ୍ଷାତକାରକୁ ଆଧାରକରି ଏହି ଭିଡିଓ ପ୍ରସ୍ତୁତ କରାଯାଉଛି ବୋଲି ଅଭିଯାନର ନିର୍ଦ୍ଦେଶକ ତଥା ସ୍ୱାସ୍ଥ୍ୟପ୍ଲସର ସିଇଓ ସିଦ୍ଧାର୍ଥ ରଥ କହିଛନ୍ତି।

    ଏହି ଅବସରରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଛାତ୍ରଛାତ୍ରୀମାନଙ୍କ ପାଇଁ ବିଶେଷ ସଚେତନତା କର୍ମଶାଳାର ମଧ୍ୟ ଆୟୋଜନ କରାଯାଉଛି। ସେହିପରି ଷ୍ଟ୍ରୋକ ସମ୍ପର୍କରେ ଲୋକଙ୍କୁ ଜଣାଇବା ପାଇଁ ଏକ ସୂଚନା ପୁସ୍ତିକାର ପ୍ରକାଶନ କରାଯାଉଛି। ଆଇଏଫଆଇ ଫାଉଣ୍ଡେସନ ‘ୱାର୍ଲ୍ଡ ଷ୍ଟ୍ରୋକ ଅର୍ଗାନାଇଜେସନ’ର ସଦସ୍ୟ ରହିଛି। ଫାଉଣ୍ଡେସନ ପକ୍ଷରୁ ଗତ ଦୁଇବର୍ଷ ଧରି ବ୍ୟାପକ ଷ୍ଟ୍ରୋକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।

    ‘‘ଭାରତରେ ପ୍ରତି ୪୦ ସେକେଣ୍ଡରେ ଜଣେ ଲୋକ ବ୍ରେନ-ଷ୍ଟ୍ରୋକରେ ଆକ୍ରାନ୍ତ ହେଉଛନ୍ତି। ପ୍ରତି ୪ ମିନିଟରେ ଜଣେ ମୃତ୍ୟୁବରଣ କରୁଛନ୍ତି। ଓଡ଼ିଶାରେ ବ୍ରେନ୍-ଷ୍ଟ୍ରୋକ୍ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଅଧିକ ରହିଛି। ପରିବର୍ତ୍ତିତ ଜୀବନଶୈଳୀ ଯୋଗୁଁ ବର୍ତ୍ତମାନ ଷ୍ଟ୍ରୋକ ଭଳି ବିଭିନ୍ନ ଅଣସଂକ୍ରାମକ ରୋଗର ମାତ୍ରା ବଢ଼ିଚାଲିଛି। ଏଥିପ୍ରତି ବ୍ୟାପକ ସଚେତନତା ସୃଷ୍ଟି କରାଯିବା ସହ ଲୋକମାନେ ସୁସ୍ଥ ଓ ସକ୍ରିୟ ଜୀବନଶୈଳୀ ଆପଣାଇବା ଜରୁରୀ,’’ କହିଛନ୍ତି ‘ଷ୍ଟ୍ରୋକମୁକ୍ତ ଜୀବନ’ର ପରାମର୍ଶଦାତା ତଥା ବିଶିଷ୍ଟ ନ୍ୟୁରୋଲୋଜିଷ୍ଟ ଡାକ୍ତର ଶୁଭ୍ରାଂଶୁ ଶେଖର ଜେନା।
    ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ
    ପ୍ରତିବର୍ଷ ଅକ୍ଟୋବର ୨୯ ତାରିଖକୁ ବିଶ୍ୱ ଷ୍ଟ୍ରୋକ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଷ୍ଟ୍ରୋକର ପ୍ରତିଷେଧକ, ଚିକିତ୍ସା ଏବଂ ଷ୍ଟ୍ରୋକ ପରବର୍ତ୍ତୀ ପରିଚାଳନା ସମ୍ପର୍କରେ ଆଜି ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ‘ଷ୍ଟ୍ରୋକମୁକ୍ତ ଜୀବନ’ ଅଭିଯାନର ଅଧ୍ୟକ୍ଷ ରହିଛନ୍ତି ଓଡ଼ିଶାଲାଇଭର ସମ୍ପାଦକ ନୀଳାମ୍ବର ରଥ। ଭୁବନେଶ୍ଵରସ୍ଥିତ ଆପୋଲୋ ହସ୍ପିଟାଲ୍ସ ଏହି ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମର ଆସୋସିଏଟ୍ ପାର୍ଟନର ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    30 %
    0.9kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ