Sunday, April 5, 2026
29 C
Odisha

    ଆଜି ବିଶ୍ବ ପଖାଳ ଦିବସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ। ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା। ପଖାଳ ହେଉଛି ଓଡ଼ିଆଙ୍କର ପ୍ରିୟ ଖାଦ୍ୟ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ। ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଏହି ଟଙ୍କ ତୋରାଣି ରୂପରେ ଭୋଗ ଲାଗି ହୋଇଥାଏ। ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ବିଶ୍ୱର କୋଣ ଅନୁକୋଣରେ ଲୋକପ୍ରିୟ କରାଇବାକୁ ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ।

    ସାଧାରଣତଃ ଗୀଷ୍ମଋତୁ ବା ଖରାଦିନେ ହିଁ ଓଡ଼ିଶାର ପ୍ରତ୍ୟେକ ଘରେ ପଖାଳର ଆସର ଦେଖିବାକୁ ମିଳିଥାଏ । ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ଓ ପାଖରେ ଲଙ୍କା ଓ ବଡ଼ିଚୁରା ଥିଲେ ପଖାଳ ଖାଇବା ଜମିଥାଏ। ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି। ହେଲେ ଗାଁଠୁ ସହର ସବୁଠି ସବୁଦିନ ଲୋକେ ଖାଇଥାନ୍ତି ପଖାଳ। ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ତାରିଖରେ ପଖାଳ ଦିବସ ପାଳିତ ହେଉଛି । ଏହିଦିନରେ ବଡ଼ ବଡ଼ ହୋଟେଲରେ ସ୍ବତନ୍ତ୍ର ମେନୁ ପରସା ଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    47 %
    0.6kmh
    100 %
    Sun
    36 °
    Mon
    38 °
    Tue
    38 °
    Wed
    39 °
    Thu
    39 °

    ସମ୍ବନ୍ଧିତ