Monday, June 23, 2025
25.6 C
Odisha

    ଅଯୋଧ୍ୟାରେ ପହଞ୍ଚିଲା ଦୁନିଆର ଦାମୀ ରାମାୟଣ ବହି । ବହିର ଦାମ ୧ ଲକ୍ଷ ୬୫ ହଜାର ଟଙ୍କା

    ଆଗକୁ ପଢନ୍ତୁ

    ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସମୟର ଅବଗଣନା ଶେଷ ହୋଇ ଆସୁଛି । ଏହାରି ଭିତରେ ଅଯୋଧ୍ୟାରେ ଏଭଳି କିଛି ଜିନିଷ ଦେଖିବାକୁ ମିଳୁଛି ଯାହା ସମସ୍ତଙ୍କୁ ଆକର୍ଷିତ କରୁଛି । ଦୁନିଆର ସବୁଠୁ ଦାମୀ ରାମାୟଣ ବହି ଅଯୋଧ୍ୟାରେ ଆସି ପଂହଚିଛି । ଏହି ରାମାୟଣ ବହିର ଦାମ ୧ ଲକ୍ଷ ୬୫ ହଜାର ଟଂକା । ଏହି ବହିକୁ ଆଣିଛନ୍ତି ବିକ୍ରେତା ମନୋଜ ସତୀ । ଏହି ରାମାୟଣ ବହିର ଡିଜାଇନ ମଧ୍ୟ ନିଆରା । ବହିଟି ଯେଉଁ ବାକ୍ସ ଭିତରେ ରହିବ ତାହା ଆମେରିକାର ଅଖରୋଟ କାଠରେ ତିଆରି । ସେହିପରି ଜାପାନର ଜୈବିକ କାଳିରେ ବହିକୁ ଲେଖା ହୋଇଛି । ଲେଖିବାକୁ ଯେଉଁ କାଗଜ ତିଆରି ହୋଇଛି ତାହା ଫ୍ରାନ୍ସରେ ପ୍ରସ୍ତୁତ । ଏହି କାଗଜ ସଂପୂର୍ଣ୍ଣ ଭାବେ ଏସିଡ ମୁକ୍ତ ରହିଛି । ଏହି କାଗଜ ସ୍ୱତନ୍ତ୍ର ଭାବରେ ଏହି ବହି ପାଇଁ ତିଆରି ହୋଇଛି । ଏହା ବଜାରରେ ଉପଲବ୍ଧ ନାହିଁ । ଏହି ରାମାୟଣ ବହିର ପ୍ରତ୍ୟେକ ପୃଷ୍ଠାକୁ ଭିନ୍ନ ଭିନ୍ନ ଡିଜାଇନ ଦିଆଯାଇଛି । ଯାହାଦ୍ୱାରା ପାଠକମାନେ ଏକ ସ୍ୱତନ୍ତ୍ର ଓ ଦିବ୍ୟ ଅନୁଭୂତି ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.6 ° C
    25.6 °
    25.6 °
    83 %
    3.4kmh
    100 %
    Mon
    26 °
    Tue
    26 °
    Wed
    31 °
    Thu
    33 °
    Fri
    32 °

    ସମ୍ବନ୍ଧିତ