Sunday, September 6, 2026
29.5 C
Odisha

    ଘନ କୁହୁଡ଼ି ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି । ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁରକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.5 ° C
    29.5 °
    29.5 °
    67 %
    1.5kmh
    14 %
    Sun
    31 °
    Mon
    31 °
    Tue
    31 °
    Wed
    31 °
    Thu
    27 °

    ସମ୍ବନ୍ଧିତ