Sunday, October 4, 2026
29.6 C
Odisha

    ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

    ଆଗକୁ ପଢନ୍ତୁ

    ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।
    ସେହିପରି ୨୩ ତାରିଖରେ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ୨ ଦିନ ପରେ ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ଦେଖାଦେଇଛି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିବା ପରେ ଏହା କ୍ରମଶଃ ଦୁର୍ବଳ ହେବ। ହେଲେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁତୁହା ବର୍ଷା ଜାରି ରହିଛି। ମାଲକାନଗିରିରେ ବନ୍ୟା ପରିସ୍ଥିତ ଉପୁଜିଥିବା ବେଳେ ଆଗକୁ ଆହୁରି ବର୍ଷା ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଆଲର୍ଟ ମୋଡରେ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ