Sunday, October 4, 2026
24.3 C
Odisha

    ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ; ମରଶରୀର ଆଣିବାକୁ ସାଂସଦଙ୍କ ଉଦ୍ୟମ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ଅବ୍ୟକ୍ତ ପ୍ରସାଦ ସିଂହଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

    ସୂଚନାଯୋଗ୍ୟ, କଟକ ଜିଲ୍ଲା ନିଆଳି ଥାନା ଅନ୍ତର୍ଗତ ବାବଜା ଗ୍ରାମର ପ୍ରଭାତ କୁମାର ବିଶ୍ବାଳଙ୍କ ପୁଅ ଅବ୍ୟକ୍ତ ଦୁବାଇ ଠାରେ ଏକ ଘରୋଇ କମ୍ପାନିରେ କାମ କରୁଥିଲେ। ଗତ ଅଗଷ୍ଟ ୨୩ ତାରିଖରେ ଏକ ସଡକ ଦୁର୍ଘଟଣାରେ ତାଙ୍କର ସେଠାରେ ମୃତ୍ୟୁ ହୋଇଥିବା ଜଣେ ସହକର୍ମୀ ଅବ୍ୟକ୍ତଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ ମଧ୍ୟ କମ୍ପାନି କର୍ତ୍ତୃପକ୍ଷ ଏ ପର୍ଯ୍ୟନ୍ତ ପରିବାର ଲୋକଙ୍କୁ ଅବ୍ୟକ୍ତଙ୍କ ମୃତ୍ୟୁ ନେଇ କୌଣସି ସୂଚନା ଦେଇନାହନ୍ତି। ଅବ୍ୟକ୍ତଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଏହି ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ